Skip to main content

ପବନ ଶକ୍ତି (Wind Energy) | ଶକ୍ତିର ଉତ୍ସ | Class 10 Science Odia Notes

 

ପବନ ଶକ୍ତି (Wind energy)

Ø  ପ୍ରାୟ ପାଞ୍ଚହଜାର ବର୍ଷ ପୂର୍ବେ ମିଶର (ଇଜିପ୍‌ଟ) ରେ ପବନଶକ୍ତି ବ୍ୟବହାର କରି ପାଲଟଣା ଡଙ୍ଗା ଚଳାଯାଉଥିଲା

Ø  ବହୁକାଳରୁ ସମୁଦ୍ରତଟ ଦେଶମାନଙ୍କରେ ପାଲଟଣା ଜାହାଜରେ ନୌବାଣିଜ୍ୟ ଚାଲୁଥୁଲା

Ø  କାଳକ୍ରମେ ପବନ କଳ (Windmill) ସାହାଯ୍ୟରେ କାଠ ଚିରା , ଅଟାପେଷା , ତେଲପେଡ଼ା ଇତ୍ୟାଦି ଅନେକ କାର୍ଯ୍ୟ କରାଗଲା

Ø  ଫ୍ରାନ୍ସ , ଜର୍ମାନୀ , ଡେନ୍‌ମାର୍କ ଓ ନେଦରଲ୍ୟାଣ୍ଡ ଆଦି ଦେଶମାନଙ୍କରେ ପବନକଳର ପ୍ରଚଳନ ଅଧିକ ଦେଖାଯାଏ ।

Ø  ନେଦରଲ୍ୟାଣ୍ଡ ଓ ଡେନ୍‌ମାର୍କରେ ପ୍ରାୟ 30 ହଜାର ଘରେ ଓ 3 ହଜାର କାରଖାନାରେ ପବନ କଳ କାର୍ଯ୍ୟ କରୁଛି ।

Ø 1966 ମସିହାରୁ ଆମଦେଶର ବେଙ୍ଗାଲୁରୁଠାରେ ଜାତୀୟ ଏରୋନଟି କାଲ ଲାବୋରେଟୋରି (National Aeronautical Laboratory) ରେ ପ୍ରଥମେ ପବନ କଳ ସାହାଯ୍ୟରେ ପାଣି ଉଠାଇବାର ବ୍ୟବସ୍ଥା କରାଯାଇଥିଲା ।

Ø  ଡେନ୍‌ମାର୍କ ସରକାରଙ୍କ ସହାୟତାରେ ଓଡ଼ିଶା ସରକାର ପୁରୀ ସମୁଦ୍ରକୂଳରେ କେତେକ ପବନ କଳ ସ୍ଥାପନ କରିଛନ୍ତି । ଏଥରୁ ବାର୍ଷିକ ପ୍ରାୟ 5.5 ମେଗାଓ୍ବାଟ ଶକ୍ତି ମିଳିପାରୁଛି ।

Ø  ସେହିପରି କୋଣାର୍କର ସମୁଦ୍ରକୂଳରେ ମଧ୍ୟ କେତେଗୁଡ଼ିଏ ପବନ କଳ ସ୍ଥାପନ କରାଯାଇଅଛି ।

Ø  ଏବେ କର୍ଣ୍ଣାଟକ ଓ ଗୁଜୁରାଟ ପରି କେତେକ ରାଜ୍ୟରେ ପବନକଳ ବହୁଳଭାବେ ପ୍ରଚଳିତ ।


ପବନ କଳ ଦ୍ଵାରା ବିଦ୍ୟୁତ ଶକ୍ତି ଉତ୍ପାଦନ :- 

     ପବନ କଳ ସାହାଯ୍ୟରେ ବାୟୁର ଗତିଜ ଶକ୍ତିକୁ ଉପଯୋଗ କରି ଜେନେରେଟର୍ ଚଳାଇ ବିଦ୍ୟୁତ୍ ଶକ୍ତି ଉତ୍ପାଦନ କରାଯାଇଥାଏ ।

   ଏଥିପାଇଁ ଏହି କଳରେ କେତେଗୁଡ଼ିଏ ପ୍ରପେଲର (Propeller) ଖଞ୍ଜା ଯାଇଥାଏ । ଏହାର ବ୍ୟାସ ପ୍ରାୟ 6 ମିଟର ।

    ଏହି କଳକୁ ଏକ ଉଚ୍ଚ ଇସ୍ପାତ ନିର୍ମିତ ଟାୱାର ଉପରେ ରଖାଯାଇଥାଏ ।

    ବାୟୁ ପ୍ରବାହ ଯୋଗୁଁ ପ୍ରପେଲର୍ ଘୂରେ ଏବଂ ତତସହିତ ସଂଯୁକ୍ତ ଜେନେରେଟର୍‌କୁ ଘୂରାଏ । ଫଳତଃ ବିଦ୍ୟୁତ୍ ଶକ୍ତି ଉତ୍ପାଦନ ହୁଏ । 

q  ଗୋଟିଏ ପବନକଳରୁ ଉତ୍ପାଦିତ ଶକ୍ତି ଏତେ ଅଧିକ ନୁହେଁ । ତେଣୁ ଏକା ସାଙ୍ଗରେ ଗୋଟିଏ ସ୍ଥାନରେ ଅନେକ ପବନକଳ ସ୍ଥାପନ କରାଯାଇଥାଏ । 

q  ଏହାକୁ ପବନ ଶକ୍ତି କେନ୍ଦ୍ର ( Wind energy centre ) ବା ପବନ ଶକ୍ତି କ୍ଷେତ୍ର ( Wind energy farm ) କୁହାଯାଇଥାଏ

q  ଏହି କ୍ଷେତ୍ରଗୁଡ଼ିକର ସମୂହ ଶକ୍ତି ବ୍ୟାବସାୟିକ କ୍ଷେତ୍ରରେ ବିଦ୍ୟୁତ୍ ଶକ୍ତି ଉତ୍ପାଦନରେ ସହାୟକ ହୋଇଥାଏ ।